ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ପୁଣି ମାନବିକତା ଦେଖାଇଲେ ନବୀନ

0

ଭୁବନେଶ୍ୱର: କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁମ୍ବାଇରେ ରୋଗୀ ଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ମାନଙ୍କ ସଙ୍ଗରୋଧ ନିମନ୍ତେ ନାଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ ୨୦୨୦ ଏପ୍ରିଲରୁ ବ୍ୟବହାର କରିଆସୁଥିଲେ ।

ଏହାର ଭଡ଼ା ବାବଦ ଦେୟ ଦୁଇ କୋଟି ଷୋହଳ ହଜାର ଟଙ୍କା ଥିବା ବେଳେ , ମହାମାରୀର ଏ ବିପଦ ସମୟରେ ମାନଵିକତା ତଥା ମୁମ୍ବାଇ ର ଜନସାଧାରଣଙ୍କ ପ୍ରତି ସଦିଚ୍ଛାପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ ଓଡ଼ିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନା ଯୋଗ୍ୟ ଯେ ଗୁରୁତର କୋଭିଡ଼ ରୋଗୀଙ୍କ ଚିକିତ୍ସା ନିମନ୍ତେ ଓଡ଼ିଶା ମହାରାଷ୍ଟ୍ର କୁ ଜରୁରୀ ଭିତ୍ତିରେ ଗତ ପନ୍ଦର ଦିନ ହେଲା ଅକ୍ସିଜେନ ମଧ୍ୟ ଯୋଗାଉଛି ।

Leave A Reply

Your email address will not be published.