ପ୍ରମୁଖ ଖବର

ରାଜ୍ୟ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି ଆଉ ୨ଦିନ ବଢ଼ିଲା
ବାତ୍ୟା ପାଇଁ ୨୩ରୁ ୨୫ କଲେଜ ଓ ବିଶ୍ୱବିଦ୍ୟାଳୟ ଛୁଟି
ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ
ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ
ନିର୍ଦୋଷ ସାବ୍ୟସ୍ତ ହେଲେ ସେବି ଅଧ୍ୟକ୍ଷ ମାଧବୀ ବୁଚ
ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ
ସମ୍ଭାବ୍ୟ ବାତ୍ୟା: ୧୪ ଜିଲ୍ଲାରେ ବନ୍ଦ ରହିବ ସବୁ ଐତିହ୍ୟ ସ୍ଥଳୀ
ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ
ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

୭ ସୂତ୍ରୀ ପରାମର୍ଶ ଦେଲେ ନବୀନ

0
  • କୋଭିଡ୍ ସମୀକ୍ଷା ବୈଠକରେ ତୃତୀୟ ଲହର ଚିନ୍ତା ଆସିଲା
  • ରଥଯାତ୍ରା ପୂର୍ବରୁ ସବୁ ସେବାୟତ ଓ ପରିବାରଙ୍କୁ ଟିକା ଦେବାକୁ ନିର୍ଦେଶ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କିତ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ପ୍ରଶାସନକୁ ୭ ସୂତ୍ରୀ ପରାମର୍ଶ ଦେଇଛନ୍ତି ।

ସେଗୁଡିକ ହେଲା-

୧. ଜିଲ୍ଲାସ୍ତରରେ କୋଭିଡ ଚିକିତ୍ସା କେନ୍ଦ୍ର ଗୁଡିକରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ଏବଂ ମେଡିକାଲ ଅକ୍‌ସିଜେନ ସୁବିଧା (logistics) ସବୁଠାରୁ ବଡ ପ୍ରାଥମିକତା। ଏହା ଉପରେ ୨୪ ଘଣ୍ଟିଆ ତଦାରଖ କରାଯିବା ଆବଶ୍ୟକ।

୨. ଅଧିକ କୋଭିଡ ସଂଖ୍ୟା ଥିବା ଅଞ୍ଚଳ ଗୁଡିକରେ ଟେଷ୍ଟିଂ, ଟ୍ରେସିଂ ଓ କଣ୍ଟେନ୍‌ମେଣ୍ଟକୁ ଜୋରଦାର କର।

୩. ଆଇସିୟୁ ଓ ଏଚ୍‌ଡିୟୁ ଦାୟିତ୍ବରେ ଥିବା ଡାକ୍ତରମାନଙ୍କ ଠାରୁ ସିଧାସଳଖ ଫିଡବ୍ୟାକ୍ ନେଇ ସେମାନଙ୍କ ମତାମତ ଭିତ୍ତିରେ ପଦକ୍ଷେପ ନିଅ ।

୪. ଟୀକାକରଣ କାର୍ଯ୍ୟକ୍ରମ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଏଥିପାଇଁ ତ୍ରୁଟି ଶୂନ୍ୟ ବ୍ୟବସ୍ଥା କରାଯାଉ। ବୟସ୍କ, ମହିଳା ଓ ଦୁର୍ବଳ ଶ୍ରେଣୀର ଲୋକଙ୍କର ଯତ୍ନ ନିଆଯାଉ । ଯେତେଶୀଘ୍ର ସମ୍ଭବ ଅଧିକ ସଂଖ୍ୟକ ଟୀକା ସଂଗ୍ରହ ପାଇଁ ଆମର ଉଦ୍ୟମ ଜାରି ରହିଛି।

୫. କୋଭିଡ ଚିକିତ୍ସା କରୁଥିବା ବେସରକାରୀ ମେଡିକାଲ ଉପରେ ସତର୍କ ଦୃଷ୍ଟି ରଖ । ସେମାନେ ସରକାରଙ୍କ ନିର୍ଦ୍ଧାରିତ ମୂଲ୍ୟ ଭିତରେ ଲୋକଙ୍କ ଠାରୁ ଅର୍ଥ ସଂଗ୍ରହ କରିବାକୁ ବାଧ୍ୟ । ଯଦି ସେମାନେ ଏହା ନ କରନ୍ତି, ତେବେ ସଂପୃକ୍ତ ହସ୍‌ପିଟାଲ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର।

୬. କୋଭିଡ ହସ୍‌ପିଟାଲ ଗୁଡିକରେ ହେଲ୍‌ପ ଲାଇନ ଗୁଡିକୁ ଅଧିକ କ୍ରିୟାଶୀଳ କରାଯାଉ ଏବଂ ରୋଗୀଙ୍କ ପରିବାର ବର୍ଗଙ୍କୁ ନିୟମିତ ସୂଚନା ଦିଆଯାଉ।

୭. ଏଭଳି କଠିନ ସମୟରେ ଦୁଃଖ ଓ ଦୈନ୍ୟରେ ଥିବା ଲୋକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ବ୍ୟବହାର କରି ସାହାଯ୍ୟ କର ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ଥାନୀୟ ଜନସାଧାରଣଙ୍କ ସହଯୋଗରେ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଆମେ ସଫଳତା ପାଇଛୁ ଏବଂ ଏହି କୋଭିଡ ମହାମାରୀ କ୍ଷେତ୍ରରେ ମଧ୍ୟ ଏହା ହିଁ ଉପଯୁକ୍ତ ପନ୍ଥା । ତେଣୁ ସହରାଞ୍ଚଳରେ ସ୍ଥାନୀୟ ଜନସାଧାରଣ ଏବଂ ବିଭିନ୍ନ ଅନୁଷ୍ଠାନ ଓ ଗ୍ରାମାଞ୍ଚଳରେ ପଞ୍ଚାୟତ ପ୍ରତିନିଧି ମାନଙ୍କ ସକ୍ରିୟ ସହଯୋଗରେ ଲୋକଙ୍କ ସହାୟତା କରାଯିବା ଆବଶ୍ୟକ।

ଦେଶର ଅଳ୍ପ କେତେକ ରାଜ୍ୟଙ୍କ ମଧ୍ୟରେ ଓଡିଶା ହେଉଛି ଏକ ରାଜ୍ୟ ଯେଉଁ ଠାରେ କି କୋଭିଡର ପରୀକ୍ଷା ଠାରୁ ଆରମ୍ଭ କରି ଚିକିତ୍ସା, ରହିବା ସୁବିଧା, ଖାଦ୍ୟ ଓ ଔଷଧ ପର୍ଯ୍ୟନ୍ତ ସବୁକିଛି ସରକାର ମାଗଣାରେ ଦେଉଛନ୍ତି । ଏହାଦ୍ବାରା ସବୁବର୍ଗର ଲୋକ, ବିଶେଷ କରି ଗରିବ ଲୋକମାନେ ଭଲ ଭଲ ଡାକ୍ତରଖାନାରେ ଚିକିତ୍ସିତ ହେବା ପାଇଁ ନିର୍ଭୟରେ ଆଗେଇ ଆସୁଛନ୍ତି । ଏଥିପାଇଁ ସରକାର ତାଙ୍କ ସମ୍ବଳର ଏକ ବଡ ଅଂଶ ଖର୍ଚ୍ଚ କରୁଛନ୍ତି । ତେଣୁ ଲୋକଙ୍କୁ ଉତ୍ତମ ମାନର ସେବା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ମହାମାରୀକୁ ନିୟନ୍ତ୍ରଣ କରିବାକୁ ଟୀକାକରଣ ହେଉଛି ଆମର ମୁଖ୍ୟ ରଣନୀତି । ପରିସ୍ଥିତିରେ ସୁଧାର ଆସିବା ପର୍ଯ୍ୟନ୍ତ ସମସ୍ତଙ୍କୁ ସତର୍କ ହେବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ମାସ୍କ ବ୍ୟବହାର, ହାତ ଧୁଆ ଓ ସାମାଜିକ ଦୂରତ୍ବ ବଜାୟ ରଖିବା ସହିତ ଅନାବଶ୍ୟକ ଭାବେ ବାହାରେ ନ ବୁଲି ଘରେ ରହିବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ । ବୈଠକରେ ଆଲୋଚନା ସମୟରେ ତୃତୀୟ ଲହରୀର ସମ୍ଭାବନା ସଂପର୍କରେ ତଥ୍ୟ ସଂଗ୍ରହ ସହିତ ସମ୍ଭାବ୍ୟ ମୁକାବିଲା ବ୍ୟବସ୍ଥା ପାଇଁ ପ୍ରସ୍ତୁତ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ପୁରୀରେ ରଥଯାତ୍ରା ପୂର୍ବରୁ ସମସ୍ତ ସେବାୟତ ଓ ସେମାନଙ୍କ ପରିବାରବର୍ଗଙ୍କ ସଂପୂର୍ଣ୍ଣ ଟୀକାକରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଏହି ବୈଠକରେ ମୁଖ୍ୟଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗର ଅତିିରିକ୍ତ ମୁଖ୍ୟ ସଚିବ, ପୁଲିସ ମହାନିର୍ଦେଶକ ଓ ଜିଲ୍ଲାପାଳମାନେ ମତ ରଖିଥିଲେ। ମୁଖ୍ୟମନ୍ତୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକକୁ ସଂଯୋଜନା କରିଥିଲେ।

Leave A Reply

Your email address will not be published.