ପ୍ରମୁଖ ଖବର

ଦିଲ୍ଲୀ ଏମ୍ସରେ ସମସ୍ତ ଛୁଟି ବାତିଲ, ଯେତେ ଶୀଘ୍ର ସମ୍ଭବ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ
ହାଇ ଆଲର୍ଟରେ ଭୁବନେଶ୍ୱର ଏୟାରପୋର୍ଟ
ବାଲେଶ୍ୱର ଚାନ୍ଦିପୁରରେ ହାଇ ଆଲର୍ଟ ଜାରି କରିଛି ଓଡ଼ିଶା ପୋଲିସ
ଅନିର୍ଦ୍ଦିଷ୍ଟ କାଳ ଯାଏ ଆଇପିଏଲ ସ୍ଥଗିତ
ମେ ୧୫ ତାରିଖ ସକାଳ ସାଢେ ୫ଟା ଯାଏଁ ଦେଶର ୨୪ଟି ବିମାନବନ୍ଦର ବନ୍ଦ ରହିବ
ସବୁ ରାଜ୍ୟକୁ ଜରୁରୀ କ୍ଷମତା ପ୍ରୟୋଗ ପାଇଁ ନିର୍ଦ୍ଦେଶ, ସିଭିଲ ଡିଫେନ୍ସ ନିୟମ ଅନୁଯାୟୀ ଜରୁରୀ କ୍ଷମତା ହେବ ପ୍ରୟୋଗ

ପ୍ରଶ୍ନ ପତ୍ରରେ ରୋଲ ନମ୍ୱର ବାଧ୍ୟତାମୂଳକ

0

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷାରେ ପ୍ରଶ୍ନ ପତ୍ର ଭାଇରାଲ୍‍ ଅଭିଯୋଗ ଉଠିବା ପରେ ରାଜ୍ୟ ସରକାର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଅଧିକ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଗଣଶିକ୍ଷା ମନ୍ତ୍ରୀ ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସ୍ଥିର ହୋଇଛି ଯେ ଏଥର ଯୁକ୍ତ ପ୍ରଶ୍ନ ପତ୍ରରେ ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ରୋଲ ନମ୍ୱର ଲେଖିବାକୁ ବାଧ୍ୟତାମୂଳକ କରାଯିବ ।
ଏହାଦ୍ୱାରା ପ୍ରଶ୍ନ ପତ୍ର ବାହାରକୁ ଆସିଲେ, ସଂପୃକ୍ତ ଛାତ୍ରଛାତ୍ରୀଙ୍କୁ ଧରାଯାଇପାରିବ । ପ୍ରତିଦିନ ୨୦୨ ହବ୍‍ରୁ ହିଁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନ ପତ୍ର ଯିବ । ୧୦୮୧ଟି ପରୀକ୍ଷା କେନ୍ଦ୍ର ମଧ୍ୟରୁ ୯୩୬ଟିରେ ସିସିଟିଭି ଲାଗିଥିବା ସରକାରୀ ସୂତ୍ରରୁ ସୂଚନା ମିଳିଛି । ପରୀକ୍ଷା ପୂର୍ବରୁ ବାକି ସବୁ କେନ୍ଦ୍ରରେ ମଧ୍ୟ ସିସିଟିଭି ଲାଗିଯିବ ।

Leave A Reply

Your email address will not be published.