ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଲୋକସଂପର୍କ ବିଭାଗ ନିର୍ଦେଶକ ଦାୟିତ୍ବ ନେଲେ ନିରଞ୍ଜନ

0

ଭୁବନେଶ୍ବର: ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ଆଜି ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ଦୀର୍ଘ ୧ ବର୍ଷ ୧୦ ମାସ ଧରି ସେ ବିଭାଗର ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ । ତାଙ୍କ କାର୍ଯ୍ୟକାଳ ସମୟରେ କୋଭିଡ୍ ପରିସ୍ଥିତିରେ ଗଣମାଧ୍ୟମ ସୁପରିଚାଳନା କରିବା ତାଙ୍କର ଉଲ୍ଲେଖନୀୟ କାର୍ଯ୍ୟ ରହିଥିଲା । ଏହା ପୂର୍ବରୁ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରିଥିଲେ ।

ତାଙ୍କ ଅବସର ପରେ ବିଭାଗୀୟ ନିର୍ଦ୍ଦେଶକ ( ବୈଷୟିକ) ନିରଞ୍ଜନ ସେଠୀ, ସରକାରଙ୍କ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଦାୟିତ୍ୱରେ ରହିବେ । ଆଜି ଏହି ମର୍ମରେ ବିଭଗ ତରଫରୁ ଆଦେଶନାମା ପ୍ରକାଶ ପାଇଛି । ପ୍ରକାଶ ଥାଉକି, ଶ୍ରୀ ସେଠୀଙ୍କର ଦୀର୍ଘ ତିନି ଦଶନ୍ଧି ଧରି ଏହି ବିଭାଗୀୟ କାର୍ଯ୍ୟରେ ଅଭିଜ୍ଞତା ରହିଛି ।

ବିଦାୟୀ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ରଙ୍କୁ ଏହି ଅବସରରେ ଆଜି ବିଭାଗ ତରଫରୁ ବିଦାୟୀକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। କୋଭିଡ୍ କଟକଣା ମଧ୍ୟରେ ଲୋକ ସଂପର୍କ ଭନନଠାରେ ସୀମିତ ସଂଖ୍ୟକ ଅଧିକାରୀ ଓ କର୍ମଚାରୀଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଭାଗୀୟ ନିର୍ଦ୍ଦେଶକ( ବୈଷୟିକ) ଶ୍ରୀ ସେଠୀ ବିଦାୟୀ ନିର୍ଦ୍ଦେଶକ ଶ୍ରୀ ମିଶ୍ରଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଭାଗୀର ଯୁଗ୍ମ ଶାସନ ସଚିବ, ଯୁଗ୍ମ ନିର୍ଦ୍ଦେଶକ, ଓଡିଶା ସୂଚନା ସେବା ସଂଘର କର୍ମକର୍ତାମାନେ ଏହି ସମ୍ବର୍ଦ୍ଧନା ସମୟରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.