ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଲୋକସଂପର୍କ ବିଭାଗ ନିର୍ଦେଶକ ଦାୟିତ୍ବ ନେଲେ ନିରଞ୍ଜନ

0

ଭୁବନେଶ୍ବର: ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ଆଜି ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ଦୀର୍ଘ ୧ ବର୍ଷ ୧୦ ମାସ ଧରି ସେ ବିଭାଗର ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ । ତାଙ୍କ କାର୍ଯ୍ୟକାଳ ସମୟରେ କୋଭିଡ୍ ପରିସ୍ଥିତିରେ ଗଣମାଧ୍ୟମ ସୁପରିଚାଳନା କରିବା ତାଙ୍କର ଉଲ୍ଲେଖନୀୟ କାର୍ଯ୍ୟ ରହିଥିଲା । ଏହା ପୂର୍ବରୁ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରିଥିଲେ ।

ତାଙ୍କ ଅବସର ପରେ ବିଭାଗୀୟ ନିର୍ଦ୍ଦେଶକ ( ବୈଷୟିକ) ନିରଞ୍ଜନ ସେଠୀ, ସରକାରଙ୍କ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଦାୟିତ୍ୱରେ ରହିବେ । ଆଜି ଏହି ମର୍ମରେ ବିଭଗ ତରଫରୁ ଆଦେଶନାମା ପ୍ରକାଶ ପାଇଛି । ପ୍ରକାଶ ଥାଉକି, ଶ୍ରୀ ସେଠୀଙ୍କର ଦୀର୍ଘ ତିନି ଦଶନ୍ଧି ଧରି ଏହି ବିଭାଗୀୟ କାର୍ଯ୍ୟରେ ଅଭିଜ୍ଞତା ରହିଛି ।

ବିଦାୟୀ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ରଙ୍କୁ ଏହି ଅବସରରେ ଆଜି ବିଭାଗ ତରଫରୁ ବିଦାୟୀକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। କୋଭିଡ୍ କଟକଣା ମଧ୍ୟରେ ଲୋକ ସଂପର୍କ ଭନନଠାରେ ସୀମିତ ସଂଖ୍ୟକ ଅଧିକାରୀ ଓ କର୍ମଚାରୀଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଭାଗୀୟ ନିର୍ଦ୍ଦେଶକ( ବୈଷୟିକ) ଶ୍ରୀ ସେଠୀ ବିଦାୟୀ ନିର୍ଦ୍ଦେଶକ ଶ୍ରୀ ମିଶ୍ରଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଭାଗୀର ଯୁଗ୍ମ ଶାସନ ସଚିବ, ଯୁଗ୍ମ ନିର୍ଦ୍ଦେଶକ, ଓଡିଶା ସୂଚନା ସେବା ସଂଘର କର୍ମକର୍ତାମାନେ ଏହି ସମ୍ବର୍ଦ୍ଧନା ସମୟରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.