ପ୍ରମୁଖ ଖବର

ଝାରଖଣ୍ଡ ନିର୍ବାଚନ: ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ
ଏନସିପିରେ ଯୋଗଦେଲେ ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି
ସ୍ୱାଭାବିକ ହେଲା ଭୁବନେଶ୍ୱର ବିମାନସେବା
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ମାଓବାଦୀ ନିହତ
ବ୍ରହ୍ମବ୍ରହ୍ମପୁର ମେଡିକାଲ କଲେଜରେ ରାଗିଂ
ବାତ୍ୟାରେ ଘର ଭାଙ୍ଗିଯାଇଥିବା ପରିବାରକୁ ମିଳିବ ପକ୍କା ଘର: ରାଜସ୍ବ ମନ୍ତ୍ରୀ
ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ ସୁଟର ଗିରଫ

ତୃତୀୟ ଲହର ପାଇଁ ଅଣ୍ଟାଭିଡ଼ିଲେ ନବୀନ

0
  • କୋଭିଡରେ ସ୍ବାମୀଙ୍କୁ ହରାଇଥିବା ମହିଳା ଏବଂ ବାପା ମାଙ୍କୁ ହରାଇଥିବା ପିଲାମାନଙ୍କ ପାଇଁ ୧୫ ଦିନ ଭିତରେ ପେନ୍‌ସନ୍‌ ବ୍ୟବସ୍ଥା
  • ସାମାଜିକ ନିରାପତ୍ତା ଯୋଜନାର ହିତାଧିକାରୀଙ୍କୁ ୩ ମାସର ଆଗୁଆ ପେନ୍‌ସନ, ବ୍ଲାକ୍‌ ଫଙ୍ଗସର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ

କୋଭିଡରେ ନିଜ ସ୍ବାମୀଙ୍କୁ ହରାଇଥିବା ମହିଳା ଏବଂ ବାପା ମାଙ୍କୁ ହରାଇଥିବା ପିଲାମାନଙ୍କୁ ପ୍ରାଥମିକତା ଭିତ୍ତିରେ ଚିହ୍ନଟ କରିବା ସହିତ ଆଗାମୀ ଦୁଇ ସପ୍ତାହ ମଧ୍ୟରେ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସେମାନଙ୍କୁ ସାମିଲ କର। ଆଜି ମୁଖ୍ୟମନ୍ତ୍ରୀ କୋଭିଡ୍ ସ୍ଥିତି ସମୀକ୍ଷା କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି।କେବଳ ସେତିକି ନୁହେଁ, କୋଭିଡ ପରିସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ସାମାଜିକ ନିରାପତ୍ତା ଯୋଜନାର ହିତାଧିକାରୀ ମାନଙ୍କୁ ଆଗୁଆ ୩ ମାସର ପେନ୍‌ସନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ପେନ୍‌ସନ ନଗଦ ଟଙ୍କା ଆକାରରେ ହିତାଧିକାରୀଙ୍କ ଗାଁରେ ହିଁ ଦିଆଯିବ।

ଆଜି ସନ୍ଧ୍ୟାରେ ଭର୍ଚୁଆଲରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦେଶର ବିଭିନ୍ନ ରାଜ୍ୟରେ ବର୍ତ୍ତମାନ ବ୍ଲାକ ଫଙ୍ଗସର ରୋଗୀ ବହୁ ସଂଖ୍ୟାରେ ବାହାରୁଛନ୍ତି।ଏହାର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ହେବ। ତାଲିମପ୍ରାପ୍ତ ଡାକ୍ତର ଓ ମେଡିସିନ୍‌ ମହଜୁଦ ରଖିବାକୁ ପଡ଼ିବ। ସେହିପରି ରାଜ୍ୟର ମେଡିକାଲ କଲେଜ ସମେତ ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ ଓ ନନ୍‌-କୋଭିଡ ବ୍ଲାକ୍‌ ଫଙ୍ଗସ ରୋଗୀଙ୍କୁ ଚିହ୍ନଟ କରି ଅଲଗା ଅଲଗା ୱାର୍ଡରେ ସେମାନଙ୍କୁ ଚିକିତ୍ସା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଆଗାମୀ ସପ୍ତାହ ମଧ୍ୟରେ ରାଜ୍ୟରେ କୋଭିଡ ଦ୍ବିତୀୟ ଲହରର ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବ ବୋଲି ଆଶାବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଅଭିଜ୍ଞତାକୁ ଉପଯୋଗ କରି ଆମକୁ ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ହେବ । ପ୍ରତ୍ୟେକ ଜିଲ୍ଲାରେ ପିଲାମାନଙ୍କ ସ୍ବାସ୍ଥ୍ୟ ଉପରେ ସ୍ବତନ୍ତ୍ର ଫୋକସ ରଖି ବ୍ୟବସ୍ଥା କରିବା ପାଇଁ ମଧ୍ୟ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ପଜିଟିଭିଟି ରେଟ୍‌ ୧୫ ପ୍ରତିଶତରୁ କମ୍‌ ରହିଛି ଏବଂ ଅଧିକାଂଶ ଜିଲ୍ଲାରେ ପଜିଟିଭ କେସ୍‌ ମଧ୍ୟ ହ୍ରାସ ପାଇଲାଣି। କିନ୍ତୁ ବାତ୍ୟା ପ୍ରଭାବିତ ଅଞ୍ଚଳରେ ଅଧିକ ଟେଷ୍ଟିଂ କରିବାର ଆବଶ୍ୟକତା ରହିଛି। ତାସହିତ ୨୪ ମଇରୁ ଆରମ୍ଭ ହୋଇଥିବା ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ସଂପର୍କରେ ବ୍ୟାପକ ସଚେତନତା କରାଯିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ଜିଲ୍ଲାପାଳମାନେ ଏହାକୁ ଅତ୍ୟନ୍ତ ଗୁରୁତ୍ବର ସହ ନେବା ସହିତ ଚିହ୍ନଟ ରୋଗୀ ମାନଙ୍କର ଚିକିତ୍ସା ପ୍ରାଥମିକତା ଭିତ୍ତିରେ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ।

ବର୍ତ୍ତମାନ ପରିସ୍ଥିତିରେ ସଂକ୍ରମଣ ନିୟନ୍ତ୍ରଣ କାର୍ଯ୍ୟକ୍ରମରେ ଗୋଷ୍ଠୀକୁ ସକ୍ରିୟ ଭାବରେ ସାମିଲ କରିବା ଉପରେ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଟିକାକରଣ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭବିଷ୍ୟତ ଲହର ଏବଂ ଭାରିଏଣ୍ଟ ବିରୋଧରେ ଲଢିବା ପାଇଁ ମୁଖ୍ୟ ଅସ୍ତ୍ର ହେଉଛି ଟିକା । ସମସ୍ତ ବାଧାବିଘ୍ନ ସତ୍ତ୍ବେ ରାଜ୍ୟରେ ଟିକା ଯୋଗାଣ ବୃଦ୍ଧି ପାଇଁ ସରକାର ସବୁମତେ ଉଦ୍ୟମ ଜାରି ରଖିଛନ୍ତି । ଆଗାମୀ ମାସରେ ଟିକା ଯୋଗାଣ ଉପରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ ।

ଜାତିସଂଘ ପକ୍ଷରୁ ଓଡିଶାର ବିପର୍ଯ୍ୟୟ ମୁକାବିଲା କାର୍ଯ୍ୟକ୍ରମକୁ ସ୍ବୀକୃତି ପ୍ରଦାନ ସଂପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ ଓଡିଶାବାସୀଙ୍କ ସଂପୂର୍ଣ୍ଣ ସହଯୋଗ ଯୋଗୁ ହିଁ ଆମେ ଏହା ହାସଲ କରିପାରିଛୁ । ସେଥିପାଇଁ ମୁଖ୍ୟମନ୍ତ୍ରୀ ପୁଣି ଥରେ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇବା ସହିତ ଲକ୍‌ଡାଉନ ନିୟମ ତଥା କୋଭିଡ ନିୟମାବଳୀ କଡାକଡି ପାଳନ ପାଇଁ ରାଜ୍ୟବାସୀଙ୍କୁ ଅନୁରୋଧ କରିଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ଗ୍ରାମାଞ୍ଚଳରେ ସଂକ୍ରମଣ ରୋକିବା ପାଇଁ ବର୍ତ୍ତମାନ ସ୍ବତନ୍ତ୍ର ଗୁରୁତ୍ବ ଦିଆଯାଉଛି।ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୋଷ୍ଠୀ ସଂଗଠନ ଗୁଡିକର ଯୋଗଦାନ ଏବଂ କୋଭିଡ ପରୀକ୍ଷାକୁ ଆହୁରି ଜୋରଦାର କରାଯିବ ବୋଲି କହିଥିଲେ।

ରାଜ୍ୟରେ କୋଭିଜ ପରିସ୍ଥିତି ସଂପର୍କରେ ସମ୍ୟକ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହପାତ୍ର କହିଥିଲେ ଯେ ରାଜ୍ୟରେ କୋଭିଡ ପରିସ୍ଥିତିରେ ଉନ୍ନତି ପରିଲକ୍ଷିତ ହେଲାଣି। ଗତ ୧୫ ଦିନ ମଧ୍ୟରେ ରାଜ୍ୟରେ ମୃତ୍ୟୁ ହାସ ପାଇ ୦.୩ ପ୍ରତିଶତ ରହିଛି, ଯାହାକି ସାରା ଦେଶରେ ସର୍ବନିମ୍ନ। ରାଜ୍ୟରେ ଦକ୍ଷିଣ ଓ ପଶ୍ଚିମ ଭାଗରେ ପଜିଟିଭିଟି ହାର ହ୍ରାସ ପାଇଥିବା ବେଳେ, ଉପକୂଳବର୍ତ୍ତୀ ୧୧ଟି ଜିଲ୍ଲାରୁ ରାଜ୍ୟର ମୋଟ ପଜିଟିଭ ସଂଖ୍ୟାର ୬୩ ପ୍ରତିଶତ ରହୁଛି। ତେଣୁ ଉପକୂଳ ଓଡିଶାରେ ଅଧିକ ଟେଷ୍ଟିଂ ଉପରେ ଜୋର ଦିଆଯିବ ବୋଲି ସେ କହିଥିଲେ।

ଶ୍ରୀ ମହାପାତ୍ର କହିଥଲେ ବର୍ତ୍ତମାନ ରାଜ୍ୟରେ କୋଭିଡ ଚିକିତ୍ସା ପାଇଁ ଆଇସିୟୁ ଓ ଏଚ୍‌ଡିୟୁ ଓ ସାଧାରଣ ଶଯ୍ୟା ଉପରେ ଚାପ ହ୍ରାସ ପାଇଛି। ଅକ୍‌ସିଜେନ ବ୍ୟବହାର ଚାହିଦା ମଧ୍ୟ ହ୍ରାସ ପାଇଛି। ଏହା ପରିସ୍ଥିତିର ଉନ୍ନତିର ସୂଚନା ଦେଉଛି। ରାଜ୍ୟର ଟିକା ଯୋଗାଣ ସଂପର୍କରେ ଶ୍ରୀ ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ। ସେହିପରି ତୃତୀୟ ଲହରର ମୁକାବିଲା ପାଇଁ ପିଲାମାନଙ୍କୁ ଯତ୍ନ କିପରି ଭଲ ଭାବରେ ନିଆଯାଇପାରିବ, ସେଥିପାଇଁ ଆବଶ୍ୟକ ଡାକ୍ତର ଓ ଉପକରଣର ବ୍ୟବସ୍ଥା କରାଯାଉଛି ବୋଲି ସେ ସୂଚନା ଦେଇଥିଲେ। ବ୍ଲାକ୍‌ ଫଙ୍ଗସ ଚିକିତ୍ସା ପାଇଁ ଆମ୍ଫୋଟୋାସିନ୍ ବୋଲି ସେ ସୂଚନା ଦେଇଥିଲେ।

ପୁଲିସ ମହାନିର୍ଦ୍ଦେଶକ ଅଭୟ ଓ ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ଏମ୍‌. ଅକ୍ଷୟ ସେମାନଙ୍କ ବିଭାଗର କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚଳନା କରିଥିଲେ। ମୟୁରଭଂଜ, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଖୋର୍ଦ୍ଧା ଓ କେନ୍ଦ୍ରାପଡାର ଜିଲ୍ଲାପାଳ ଏବଂ ବି.ଏମ୍‌.ସି ଓ ସି.ଏମ୍‌.ସି କମିସନର ମୁଖ୍ୟମନ୍ତ୍ରୀଙ୍କୁ କୋଭିଡ ପରିଚାଳନା ସଂପର୍କରେ ଅବଗତ କରିଥିଲେ।

Leave A Reply

Your email address will not be published.