ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ଜୁନ ୮ରେ ଦକ୍ଷିଣ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ

0

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ଆନ୍ଧ୍ର ପ୍ରଦେଶରେ ପହଂଚି ସାରିଥିବା ବେଳେ ଏହା ତାମିଲନାଡୁ
ଏବଂ ଆନ୍ଧ୍ରପ୍ରଦେଶର ଅନେକ ଅଂଚଳକୁ ଆଚ୍ଛାଦିତ କରିସାରିଛି । ଏହି ପରିପ୍ରେକ୍ଷୀରେ ଜୁନ ୮ କିମ୍ବା ୯ ସୁଦ୍ଧା ଏହା
ଦକ୍ଷିଣ ଓଡ଼ିଶା ଛୁଇଁବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ର ପକ୍ଷରୁ
ଶୁକ୍ରବାର ସୂଚନା ଦିଆଯାଇଛି।

ଆସନ୍ତା ୨ କିମ୍ବା ୩ ଦିନ ମଧ୍ୟରେ ମୌସୁମୀ କରେଂଟ ଅଧିକ ଶକ୍ତିଯୁକ୍ତ ହେବା ଫଳରେ ଜୁନ ୧୦ ବା ୧୧
ତାରିଖରେ ଉତର ପଶ୍ଚିମ ବଙ୍ଗୋପ ସାଗର ଏବଂ ଏହାର ସଂଲଗ୍ନ ପଶ୍ଚିମ ବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଏକ
ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ସାରା ଓଡ଼ିଶାରେ ପ୍ରବେଶ
କରିବାର ସମ୍ଭାବନା ରହିଛି । ଏହା ଏକ ଡିପ୍ରେସନର ରୂପ ନେବା ସହ ଜୁନ ୧୦ ତାରିଖ ରାତିରୁ ଜୁନ ୧୧ ତାରିଖ
ରାତି ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ବର୍ଷା ହୋଇପାରେ । ଏହାପରେ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ଉତର ଏବଂ ପଶ୍ଚିମ
ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.