ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ଭିଜିଲାନ୍ସ ନିର୍ଦେଶକ ଦେବାଶିଷ ପାଣିଗ୍ରାହୀ ଆଉ ନାହାନ୍ତି

0

ଭୁବନେଶ୍ବର: ବରିଷ୍ଠ ଆଇପିଏସ୍ ଅଫିସର ତଥା ଭିଜିଲାନ୍ସ ନିର୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କର ଆଜି ରାତି ୧୦ଟା ୧୫ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା। କୋଲକାତାରେ ଚିକିତ୍ସାଧୀନ ଅବସ୍ଥାରେ ମେଡିକା ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଜୁନ୍ ୮ ତାରିଖ ଦିନ ତାଙ୍କୁ ଏୟାର ଆମ୍ବୁଲାନ୍ସରେ କୋଲକାତାର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା।

୧୯୯୧ ବ୍ୟାଚ୍ ଆଇପିଏସ୍ ଅଫିସର ଶ୍ରୀ ପାଣିଗ୍ରାହୀ ବାଲେଶ୍ବର ଜିଲ୍ଲାରେ ୧୯୬୫ ମସିହା ଅଗଷ୍ଟ ୨୯ ତାରିଖରେ ଜନ୍ମଗ୍ରହଣ କରିଥିଲେ। କେନ୍ଦୁଝର, ପୁରୀ, କଟକ, ଗଞ୍ଜାମ ଓ ଭୁବନେଶ୍ବର ଏସ୍‌ପି ଭାବେ କାର୍ଯ୍ୟ କରିଥିଲେ ଦେବାଶିଷ। ପରେ ଗୁରୁତ୍ବପୂର୍ଣ୍ଣ ଓ୍ବିଙ୍ଗ୍‌ରେ ଡିଆଇଜି, ଆଇଜି ଭାବେ କାର୍ଯ୍ୟ କରିଥିଲେ। ରାଜ୍ୟ ସରକାର ତାଙ୍କୁ ଗୁରୁତ୍ବପୂର୍ଣ୍ଣ ଭିଜିଲାନ୍ସ ବିଭାଗର ନିର୍ଦେଶକ ଭାବେ ନିଯୁକ୍ତି ଦେଇଥିଲେ।

ରାଜନୀତି ବିଜ୍ଞାନରେ ଏମଏ ପାସ୍ କରିଥିବା ଦେବାଶିଷ ଜେଏନ୍‌ୟୁରେ ଏମଫିଲ୍ କରିଥିଲେ। ପରେ ପିଏଚ୍‌ଡି ଡିଗ୍ରି ହାସଲ କରିଥିଲେ। ସେ ଆଇନରେ ସ୍ନାତକ ମଧ୍ୟ କରିଥିଲେ। ଜଣେ ସାହିତ୍ୟିକ ଭାବେ ତାଙ୍କୁ ଓଡ଼ିଶାବାସୀ ଜାଣନ୍ତି। କ୍ଷୁଦ୍ର ଗଳ୍ପ ପାଇଁ ସେ ୨୦୦୨ରେ ରାଜ୍ୟ ସାହିତ୍ୟା ଏକାଡେମି ପୁରସ୍କାର ପାଇଥିଲେ। ମୋଟ ୯ଟି ଉପନ୍ୟାସ ଏବଂ ୭ଟି କ୍ଷୁଦ୍ର ଗଳ୍ପର ସେ ରଚୟିତା ଥିଲେ।

କୋଭିଡ୍‌ ଆକ୍ତାନ୍ତ ପରେ ଗୁରୁତର ହୋଇ ସେ ପ୍ରଥମେ କଟକ ଅଶ୍ବିନୀ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ କୋଲାକାତାର ଏକ ସ୍ପେସାଲିଟି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଏୟାର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଏକ ବିଶେଷଜ୍ଞ ଦଳ କୋଲକାତା ନେଇଥିଲେ।

କରୋନାରେ ଆକ୍ରାନ୍ତ ହୋଇ ଗତ ୨୯ ତାରିଖରୁ ଦେବାଶିଷ ପାଣିଗ୍ରାହୀ କଟକ ଅଶ୍ବିନୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ପରେ ତାଙ୍କ ସ୍ଥିତି ଗମ୍ଭୀର ହେବାରୁ ତାଙ୍କୁ ଭେଣ୍ଟିଲେଣ୍ଟରରେ ରଖାଯାଇଥିଲା। ଏକ୍‌ମୋ ଚିକିତ୍ସା ଜରୁରୀ ହୋଇଥିବା ପରିପ୍ରେକ୍ଷୀରେ ତାଙ୍କୁ ରାଜ୍ୟ ବାହାରକୁ ନେବାକୁ ଯୋଜନା ହୋଇଥିଲା। ବ୍ୟାପକ ବିଚାର ଆଲୋଚନା ପରେ କୋଲକାତାରେ ତାଙ୍କର ପରବର୍ତ୍ତୀ ଚିକିତ୍ସା ପାଇଁ ନିଷ୍ପତ୍ତି ହୋଇ ଆବଶ୍ୟକ ପଦକ୍ଷେପ ନିଆଯାଇଥିଲା।

Leave A Reply

Your email address will not be published.