ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

ତୃତୀୟ ଲହର ପାଇଁ ପ୍ରସ୍ତୁତି ଆରମ୍ଭ ହେଲା

0
  • ଭବାନୀପାଟଣାରେ ୨୦୦ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର କୋଭିଡ ହସ୍‌ପିଟାଲ ଉଦ୍‌ଘାଟିତ
  • ଏବେଠୁ ସ୍ବତନ୍ତ୍ର ଶିଶୁ ଚିକିତ୍ସା ଓ୍ବାର୍ଡ ଖୋଲିଲେ ସରକାର
  • ଏକବିଂଶ ଶତାଦ୍ଦୀରେ କଳାହାଣ୍ଡିର ରୂପାନ୍ତର ଉଲ୍ଲେଖନୀୟ: ମୁଖ୍ୟମନ୍ତ୍ରୀ
  • ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ପୁଣି ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ
  • କୋଭିଡ ନିୟମ ପାଳିବାକୁ ନିବେଦନ କଲେ ନବୀନ ପଟ୍ଟନାୟକ
  • ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ରହିଛି କଳାହାଣ୍ଡି : ଅନିଲ ଅଗ୍ରୱାଲ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର ଭବାନୀପାଟଣା ଠାରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ଏକ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କରିଛନ୍ତି। ଏଥିରେ ୧୬ ଆଇସିୟୁ ଓ ୧୬ଟି ଏଚଡିୟୁ ସହିତ ଏକ ସ୍ବତନ୍ତ୍ର ଶିଶୁ ଚିକିତ୍ସା ୱାର୍ଡ ମଧ୍ୟ ରହିଛି। ଏଥିରେ ସମସ୍ତ ପ୍ରକାର ଆଧୁନିକ ଚିକିତ୍ସା ଉପକରଣ ରଖାଯାଇଛି। ଏହାଦ୍ବାରା କଳାହାଣ୍ଡି ଓ ଆଖପାଖ ଅଞ୍ଚଳର ଲୋକମାନେ ଉନ୍ନତମାନର କୋଭିଡ ଚିକିତ୍ସା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ହସ୍‌ପିଟାଲ ପାଇଁ ବେଦାନ୍ତ ଗ୍ରୁପ ତଥା ଏହାର ଅଧ୍ୟକ୍ଷ ଅନିଲ ଅଗ୍ରୱାଲଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ହସ୍‌ପିଟାଲରେ ଚିକିତ୍ସା ଠାରୁ ଆରମ୍ଭ କରି ରୋଗ ନିରୂପଣ, ଔଷଧ, ଖାଦ୍ୟ ଆଦି ସବୁ ମାଗଣାରେ ଯୋଗାଇ ଦିଆଯିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏକବିଂଶ ଶତାଦ୍ଦୀର କଳାହାଣ୍ଡି ବିଂଶ ଶତାଦ୍ଦୀର କଳାହାଣ୍ଡି ଠାରୁ ବହୁତ ଆଗକୁ ଯାଇପାରିଛି। ଗତ ଦୁଇ ଦଶକ ମଧ୍ୟରେ ବିକାଶର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଗତି କରିଛି। ଏ ରୂପାନ୍ତର ବାସ୍ତବିକ ଉଲ୍ଲେଖନୀୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କଳାହାଣ୍ଡି ଆଜି ସାରା ଦେଶକୁ ଖାଦ୍ୟ ଯୋଗାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଳାହାଣ୍ଡିର ଏ ରୂପାନ୍ତର, କଳାହାଣ୍ଡି ଜିଲ୍ଲାର ଚାଷୀଭାଇ, ଯୁବସମାଜ ଓ ମା ମାନଙ୍କ ଉଦ୍ୟମ ଯୋଗୁ ସମ୍ଭବ ହୋଇପାରିଛି।

କୋଭିଡ ମୁକାବିଲାରେ ରାଜ୍ୟର ପଦକ୍ଷେପ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ଦିନ ମଧ୍ୟରେ ରାଜ୍ୟରେ ୧୫ଟି ଅକ୍‌ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି । ଆଗାମୀ ଦୁଇ ମାସ ମଧ୍ୟରେ ଏଥିରୁ ଉତ୍ପାଦନ ଆରମ୍ଭ ହେବ। କୋଭିଡର ଦ୍ବିତୀୟ ଲହରରେ ରୋଗୀ ମାନଙ୍କୁ ଅକ୍‌ସିଜେନ ସ୍ତର କମିବା ଯୋଗୁ ସାରା ଦେଶରେ ଅକ୍‌ସିଜେନ ଯୋଗାଣ ଉପରେ ଅତ୍ୟଧିକ ଚାପ ସୃଷ୍ଟି ହୋଇଥିଲା । ଏଭଳି ସମୟରେ ଓଡିଶା ୧୮ଟି ରାଜ୍ୟକୁ ଅକ୍‌ସିଜେନ ଯୋଗାଇ ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି । ଏଭଳି ସଂକଟ ସମୟରେ ମାନବତାର ସେବା ପାଇଁ ସୁଯୋଗ ପାଇବା ଓଡିଶାବାସୀଙ୍କ ପାଇଁ ନିଶ୍ଚିତ ଭାବରେ ସମ୍ମାନର ବିଷୟ ବୋଲି ମୁଖ୍ୟମନ୍ତ୍ରୀ ମତପ୍ରକାଶ କରିଥିଲେ।

କୋଭିଡର ଦ୍ବିତୀୟ ଲହରର ମୁକାବିଲାରେ କଳାହାଣ୍ଡିବାସୀ ଯେପରି ସାହସ ପ୍ରଦର୍ଶନ କରିଛନ୍ତି ସେଥିପାଇଁ ଜିଲ୍ଲାବାସୀଙ୍କୁ ତଥା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଂଗନବାଡୀ କର୍ମୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ତୃତୀୟ ଲହର ପାଇଁ ଏବେଠାରୁ ପ୍ରସ୍ତୁତ ରହିବାକୁ ପୁଣି ଥରେ ପରାମର୍ଶ ଦେଇ ଜନସାଧାରଣଙ୍କୁ ସମସ୍ତଙ୍କୁ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚୟ ନେବା ପାଇଁ ନିବେଦନ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାମାରୀ ହେଉ, ବା ପ୍ରାକୃତିକ ବିପର୍ଯ୍ୟୟ, ଆମେ ଯଦି ଠିକ୍‌ ଭାବରେ ଆଗରୁ ପ୍ରସ୍ତୁତ ହୋଇ ରହିବା, ତେବେ ଆମେ ନିଶ୍ଚୟ ବିଜୟ ଲାଭ କରିବା ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ କଳାହାଣ୍ଡିରେ କୋଭିଡ ହସ୍‌ପିଟାଲ ସହିତ ମେଡିକାଲ କଲେଜ, ଜଳସେଚନର ବିକାଶ ଆଦି ବ୍ୟାପକ ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଶକ୍ତିମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର କହିଥିଲେ ଯେ କଳାହାଣ୍ଡିରେ କୋଭିଡ ମୁକାବିଲା ପାଇଁ ଦୁଇଟି ଅକ୍‌ସିଜେନ ପ୍ଲାଣ୍ଟ କରାଯାଇଛି, ହସ୍‌ପିଟାଲରେ ଭେଣ୍ଟିଲେଟର ବ୍ୟବସ୍ଥା କରାଯାଇଛି। ତେଣୁ କଳାହାଣ୍ଡିବାସୀ ଉନ୍ନତ କୋଭିଡ ଚିକିତ୍ସା ପାଇପାରିବେ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ କଳାହାଣ୍ଡି ସାଂସଦ ଶ୍ରୀ ବସନ୍ତ ପଣ୍ଡା, ରାଜ୍ୟସଭା ସାଂସଦ ଶ୍ରୀ ସୁଜିତ୍‌ କୁମାର, ଧର୍ମଗଡ ଓ ଲାଞ୍ଜିଗଡର ବିଧାୟକ ଯୋଗ ଦେଇ କୋଭିଡ ହସ୍‌ପିଟାଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବଦ ଦେଇଥିଲେ।

Leave A Reply

Your email address will not be published.