ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ମହାପ୍ରଭୁଙ୍କୁ ଭୀଷଣ ଜ୍ବର, ଦଇତାଙ୍କ ଗୁପ୍ତନୀତି ଆରମ୍ଭ

0

ଭୁବନେଶ୍ବର: ସ୍ନାନ ବେଦୀରେ ‌୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ମହାପ୍ରଭୁ ଅସୁସ୍ଥ ହୋଇ ପଡିଛନ୍ତି। ଗୁରୁବାର ତାଙ୍କୁ ସ୍ନାନ ବେଦୀରୁ ସିଧାସଳଖ ଅଣସର ପିଣ୍ଡି‌କୁ ନିଆଯାଇଛି।ସେଠାରେ ଦଇତା ଗୁପ୍ତସେବା ଆରମ୍ଭ କରିଛନ୍ତି।

ଅନ୍ୟପଟରେ ଏହି ପିଣ୍ଡି ସମ୍ମୁଖରେ ଅଣସର ତାଟି ଦିଆଯାଇଛି। ବିକଳ୍ପ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପଟିଦିଅଁ ବିଜେ କରିଛନ୍ତି। ଯଦିଓ କୋଭିଡ୍ ପାଇଁ ଶ୍ରୀମନ୍ଦିର ଏବେ ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିଛି, ତଥାପି ଶୁକ୍ରବାର ଠାରୁ ଏହି ପଟିଦିଅଁମାନେ ହିଁ ସାମ୍ନାରେ ରହି ପୂଜା ପାଇବେ। ପ୍ରଭୁ ବଳଭଦ୍ରଙ୍କ ବାଡ଼ରେ ବାସୁଦେବ, ମାଆ ସୁଭଦ୍ରାଙ୍କ ବାଡ଼ରେ ଭୁବନେଶ୍ବରୀ ଓ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଶ୍ରୀନାରାୟଣ ଅଧିଷ୍ଠିତ ହୋଇଛନ୍ତି। ପଟିଦିଅଁ ବାସୁଦେବଙ୍କ ସହିତ ଦୋଳଗୋବିନ୍ଦ, ରାମ-ନୃସିଂହ, ଭୁବନେଶ୍ବରୀଙ୍କ ପାର୍ଶ୍ବରେ ଭୂଦେବୀ, ଶ୍ରୀଦେବୀ, ନାରାୟଣଙ୍କ ସମ୍ମୁଖରେ ମଦନମୋହନ ଓ ଶ୍ରୀକୃଷ୍ଣ ବିଜେ କରିବାର ପରମ୍ପରା ରହିଛି।

ସେପଟେ ଅଣସର ସମୟରେ ମହାପ୍ରଭୁଙ୍କ ବିକଳ୍ପ ଦର୍ଶନ ଭାବେ ଭକ୍ତମାନେ ବ୍ରହ୍ମଗିରିସ୍ଥିତ ଅଲାରନାଥ ପୀଠକୁ ଦର୍ଶନ ପାଇଁ ଯାଇଥାନ୍ତି। ମହାପ୍ରଭୁଙ୍କ ନବଯୌବନ ଦର୍ଶନ ପର୍ଯ୍ୟନ୍ତ ଅଲାରନାଥଙ୍କ ପୀଠରେ ଭକ୍ତଙ୍କ ଭିଡ଼ ହୁଏ। ଏଥର କିନ୍ତୁ କୋଭିଡ୍ କାରଣରୁ ସେଠାରେ ମଧ୍ୟ ସର୍ବସାଧାରଣ ଦର୍ଶନ ଉପରେ କଟକଣା ଲାଗିଛି।

ଗୁରୁବାର ଅପରାହ୍ନରେ ମହାପ୍ରଭୁଙ୍କ ହାତୀ ବେଶ ଓଲାଗି ହୋଇଥିଲା। ସ୍ନାନ ବେଦୀରୁ ଶ୍ରୀବିଗ୍ରହମାନେ ଗୋଟି ପହଣ୍ଡିରେ ଯାଇଥିଲେ। ମାତ୍ରାଧିକ ସ୍ନାନ କାରଣରୁ ବାହୁଡା ପହଣ୍ଡିରେ ଆସୁଥିବା ବେଳେ ଶ୍ରୀବିଗ୍ରହମାନେ ଅସୁସ୍ଥତା ଅନୁଭବ କରିବାରୁ ଚିକିତ୍ସା ପାଇଁ ଅଣସର ପିଣ୍ଡିରେ ଅଟକି ଯାଇଛନ୍ତି। ଶ୍ରୀମନ୍ଦିର ବୈଦ୍ୟଙ୍କ ପରାମର୍ଶ ଆଧାରରେ ଶ୍ରୀମନ୍ଦିର ଭିତର କାଠ ଓ କଳାହାଟ ଦ୍ବାର ମଧ୍ୟସ୍ଥ ଅଣସର ପିଣ୍ଡିରେ ଚତୁର୍ଧାମୂର୍ତିଙ୍କୁ ରଖାଯାଇଛି। ଅଣସର ପିଣ୍ଡିରେ ଶ୍ରୀଜିଉଙ୍କ ମସ୍ତକରେ ଶୋଭିତ ସୁନା ଚିତା ଓ ରାହୁରେଖା ଆଦି ଅଳଙ୍କାରକୁ ଓହ୍ଲାଇ ଦିଆଯାଇଛି। ଏହି ପିଣ୍ଡିରେ ଅସୁସ୍ଥ ଠାକୁରମାନେ ବୈଦ୍ୟଙ୍କ ପରାମର୍ଶ ମୁତାବକ ଚିକିତ୍ସା ସେବା ପାଇବେ। ପତି ମହାପାତ୍ର ଓ ଦଇତାପତି ସେବାୟତମାନେ ମହାପ୍ରଭୁଙ୍କ ଗୁପ୍ତ ସେବା କରିବେ।

Leave A Reply

Your email address will not be published.