ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ମାଟ୍ରିକ୍ ପରୀକ୍ଷାରେ କେଉଁ ବିଷୟ ପଡ଼ିବ, ମନ୍ତ୍ରୀ କହିଲେ

0

ଭୁବନେଶ୍ବର: କମ ମାର୍କ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀ ଜୁଲାଇ ୩୦ରୁ ଦେଇପାରିବେ ଅଫଲାଇନ ମାଟ୍ରିକ୍‌ ପରୀକ୍ଷା । ଏଥିପାଇଁ ଜୁଲାଇ ୫ରୁ ଫର୍ମ ଫିଲ୍ଅପ୍ ଆରମ୍ଭ ହୋଇ ଜୁଲାଇ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ତେବେ ଛାତ୍ରଛାତ୍ରୀମାନେ ୭୦ ପ୍ରତିଶତ ସିଲାବସରୁ ପରୀକ୍ଷା ଦେବେ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ। ୩୦ ପ୍ରତିଶତ ସିଲାବସ୍‌ ହ୍ରାସ ହୋଇଥିବାରୁ ୭୦ ପ୍ରତିଶତ ସିଲାବସରୁ ପରୀକ୍ଷା ହେବ। କୋଭିଡ ଗାଇଡ଼ଲାଇନ ଅନୁଯାୟୀ ପରୀକ୍ଷା କରାଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।

ମନ୍ତ୍ରୀ ଆହୁରି କହିଛନ୍ତି ଯେ ଜୁଲାଇ ୩୦ରୁ ଅଗଷ୍ଟ ୫ ଯାଏ ମାଟ୍ରିକ ଅଫ୍ ଲାଇନ ପରୀକ୍ଷା ହେବ। ପରୀକ୍ଷା ଦେବାର ୧୫ ଦିନ ମଧ୍ୟରେ ମାଟ୍ରିକ ଫଳାଫଳ ପ୍ରକାଶ କରିବାକୁ ବୋର୍ଡ ପକ୍ଷରୁ ଉଦ୍ୟମ କରାଯିବ । ଫରୀକ୍ଷା ଫଳ ବାହାରିବା ପରେ ଯୁକ୍ତ ଦୁଇରେ ନାମଲେଖା କ୍ଷେତ୍ରରେ ମଧ୍ୟ ଏହି ନମ୍ବରକୁ ବିଚାରକୁ ନିଆଯିବ । ଯେଉଁ ଛାତ୍ରଛାତ୍ରୀ କମ ମାର୍କକୁ ନେଇ ଅସନ୍ତୁଷ୍ଟ ଅଛନ୍ତି ସେମାନଙ୍କୁ ପରୀକ୍ଷା ଦେବାକୁ ଗଣଶିକ୍ଷା ମନ୍ତ୍ରୀ ଅନୁରୋଧ କରିଛନ୍ତି।

ମହାମାରୀ ପାଇଁ ଚଳିତ ବର୍ଷ ବିନା ପରୀକ୍ଷାରେ ରେଜଲ୍ଟ ବାହାରିଥିଲା। ମାଟ୍ରିକ ପରୀକ୍ଷାରେ ୯୭.୮୯% ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ମୋଟ୍ ୫ ଲକ୍ଷ ୭୪ ହଜାର ୧୨୫ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୫ଲକ୍ଷ ୬୨ ହଜାର ୧୦ ଜଣ ଛାତ୍ରଛାତ୍ରୀ ପାସ୍ କରିଥିଲେ। ତେବେ ମାଟ୍ରିକରେ ନିଜ ଦକ୍ଷତା ଅନୁସାରେ ଫଳ ମିଳିନଥିବା ଅଭିଯୋଗ କରିଛନ୍ତି ଛାତ୍ରଛାତ୍ରୀ। କମ ମାର୍କକୁ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।

Leave A Reply

Your email address will not be published.