ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ

ବିଜୁଳି ନେଇଗଲା ୭୦ ଜୀବନ

0

ନୂଆଦିଲ୍ଲୀ: କିଛି କ୍ଷଣ ମଧ୍ୟରେ ବ୍ରଜପାତ ନେଲା ୭୦ରୁ ଅଧିକ ଜୀବନ। ଆଜି ଦେଶର ବିଭିନ୍ନ ସ୍ଥାନରେ ବାଦଲ ଫଟା ବର୍ଷା ସହ ବଜ୍ରପାତରେ ୭୦ ଜଣଙ୍କ ଜୀବନ ଯାଇଛି । ଅନେକ ଆହତ ମଧ୍ୟ ହୋଇଛନ୍ତି । ଉତ୍ତରପ୍ରଦେଶ, ରାଜସ୍ଥାନ ଓ ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହୋଇଛି । ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି।

କେବଳ ଉତ୍ତରପ୍ରଦେଶରେ ୩୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ରାଜସ୍ଥାନରେ ୨୦ଜଣଙ୍କ ଓ ମଧ୍ୟପ୍ରଦେଶରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିିଛି । ୨୦୦ରୁ ଅଧିକ ଗୋରୁ ମଧ୍ୟ ପ୍ରାଣ ହରାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୃତକଙ୍କ ପରିବାରକୁ ସହାୟତା ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ବଜ୍ରପାତ ଯୋଗୁଁ ପ୍ରାଣ ହରାଇଥିବା ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହତଙ୍କୁ ୫୦,୦୦୦ ଟଙ୍କା ସହାୟତା ପ୍ରଦାନ କରାଯିବ ବୋଲି କୁହାଯାଇଛି।

ଉତ୍ତରାଖଣ୍ଡ ଓ ହିମାଚଳ ପ୍ରଦେଶରେ ବର୍ଷା ଜାରି ରହିଛି । ମହାୀରାଷ୍ଟ୍ର, ଗୁଜୁରାଟ ଓ କେରଳରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ରେଡ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ହିମାଚଳ ପ୍ରଦେଶରେ ବାଦଲ ଫଟା ବର୍ଷା ଯୋଗୁ ଅଚାନକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପର୍ଯ୍ୟଟନ କ୍ଷେତ୍ର ଭାଗସୁରେ ଏକ ଛୋଟ ନାଳରେ ପ୍ରବଳ ଜଳ ମାଡ଼ି ଆସିବାରୁ ଅନେକ ଗୁଡ଼ିଏ କାର ଭାସିଯାଇଥିବା ଦେଖାଯାଇଛି।

Leave A Reply

Your email address will not be published.