ପ୍ରମୁଖ ଖବର

ଗଜପତି: ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ
ଏପ୍ରିଲ୍‌ ୧୫ ମଙ୍ଗଳବାର ଠାରୁ, ଓଡ଼ିଶାର ଉପକୂଳରେ ବାର୍ଷିକ ୬୦ ଦିନିଆ ଅର୍ଥାତ୍ ୨ ମାସିଆ ମାଛ ଧରିବା ନିଷେଧ
ଓଡ଼ିଶାର କାଗଜବିହୀନ ବିଧାନସଭା ପ୍ରକ୍ରିୟା ଅଧ୍ୟୟନ କରିବା ପାଇଁ ଦିଲ୍ଲୀ ବାଚସ୍ପତି ଭୁବନେଶ୍ୱର ଆସିବେ
ସନରାଇଜର୍ସ ହାଇଦ୍ରାବାଦ ଖେଳାଳି ଥିବା ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ
ପୁଣି ସଲମାନ ଖାନଙ୍କୁ ହତ୍ୟା ଧମକ
ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ,ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ

ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଓଡ଼ିଆ ପୁଅ ବିନୟ

0

ଭୁବନେଶ୍ବର: ଓଡ଼ିଶାର ଦେବଗଡ଼ ସହରରେ ଜନ୍ମ ଗ୍ରହଣ କରିଥିବା ଭାରତୀୟ ବିଦେଶ ସେବା(ଆଇଏଫଏସ୍) ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ପୂର୍ବ ଆଫ୍ରିକୀୟ ଦେଶ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ଭାରତ ସରକାର ନିଯୁକ୍ତ କରିଛନ୍ତି ବୋଲି ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରି କରାଯାଇଛି। ଶ୍ରୀ ପ୍ରଧାନ ଦେବଗଡ଼ର ଆରବିଡ଼ି ବିଦ୍ୟାଳୟରୁ ପାଠ ପଢ଼ି ଜିଏମ ମହାବିଦ୍ୟାଳୟରେ ଅଧ୍ୟୟନ କରିବା ସହିତ ଜେଏନୟୁରୁ ଉଚ୍ଚ ଶିକ୍ଷା ଲାଭ କରିଥିଲେ।

ସୂଚାନଯୋଗ୍ୟ, ଶ୍ରୀ ପ୍ରଧାନ ୨୦୧୯ରୁ ଋଷର ମସ୍କୋ ସ୍ଥିତ ଭାରତୀୟ ଦୂତାବାସରେ ଡେପୁଟି ଚିଫ୍ ଅଫ୍ ମିସନ୍ ଭାବେ ଅବସ୍ଥାପିତ ଅଛନ୍ତି । ସେ ଖୁବ ଶୀଘ୍ର ନୂଆ ପଦ ଗ୍ରହଣ କରିବେ । ଜଣେ ଦକ୍ଷ ଏବଂ ବିଶିଷ୍ଟ କୁଟନୀତିଜ୍ଞ ଭାବରେ ସେ ୨୦୦୪ ରୁ ୨୦୧୨ ପର୍ଯ୍ୟନ୍ତ ମୋସ୍କୋ, ତୁର୍କମେନିସ୍ତାନ ଏବଂ ପାକିସ୍ତାନର ଭାରତୀୟ ଦୂତାବାସରେ ବରିଷ୍ଠ ପଦବୀରେ କାର୍ଯ୍ୟ ସମ୍ପାଦନ କରିଛନ୍ତି । ୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ବିଦେଶ ମନ୍ତ୍ରଣାଳୟରେ ଆଫଗାନିସ୍ତାନ ଓ ଇରାନ ସହିତ ଭାରତର ଦ୍ୱିପାକ୍ଷିକ ସମ୍ପର୍କ ନେଇ କାର୍ଯ୍ୟ କରିଥିଲେ । ପରବର୍ତ୍ତୀ ପର୍ଯ୍ୟାୟରେ ସେ ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ମଧ୍ୟ କାର୍ଯ୍ୟ କରିଥିଲେ । ଏହି ଖବର ପାଇବା ପରେ ତାଙ୍କ ବନ୍ଧୁ, ପରିବାର ଏବଂ ଅଞ୍ଚଳବାସୀଙ୍କ ମନରେ ଖୁସିର ବାତାବରଣ ସୃଷ୍ଟି ହେବା ସହ ଶୁଭେଚ୍ଛାର ସୁଅ ଛୁଟିଛି ।

Leave A Reply

Your email address will not be published.