ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ବୋଲ ମାନୁନି ଖୋର୍ଧା! ସଂକ୍ରମଣ ଅଧିକ, ମୃତ୍ୟୁ ବି ଅଧିକ!!

0

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣ ଏକ ପ୍ରକାର ସ୍ଥିର ରହିଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ପାଖାପାଖି ରହୁଥିବା ବେଳେ ଖୋର୍ଦ୍ଧାରେ ସଂକ୍ରମଣ ଶୀର୍ଷରେ ରହୁଛି। କଟକଣା କୋହଳ ପରେ ସ୍ଥିତି ଅଧିକ ବିଗୁଡିଛି। ଉପକୂଳ ଜିଲ୍ଲାରେ ମଧ୍ୟ ଲକ୍ଡାଉନ, ସଟଡାଉନର ବିଶେଷ ପ୍ରଭାବ ପଡୁନାହିଁ । ସେପଟେ ରାଜ୍ୟରେ କରୋନା ମୃତ୍ୟୁ ତାଲିକାରେ ମଧ୍ୟ ବ୍ରେକ ଲାଗୁନି।

ଲକଡାଉନ, ସଟ୍ଡାଉନ ସତ୍ୱେ ବି ରାଜ୍ୟରେ ପ୍ରତିଦିନ ଶହ ଶହ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଅଗଷ୍ଟ ଶେଷକୁ କରୋନାର ତୃତୀୟ ଲହର ଆସିବ ବୋଲି ବିଶେଷଜ୍ଞମାନେ ଆକଳନ କରିଥିବା ବେଳେ ଦ୍ୱିତୀୟ ଲହର ପ୍ରବାହ ଏଯାଏ କମିବାର ନାଁ ନେଉନି। ଗତ ୨ ଘଣ୍ଟାରେ ରାଜ୍ୟରେ ୭୨ ହଜାର ୬୧ ନମୁନା ପରୀକ୍ଷା ହୋଇଥିବା ବେଳେ ୧୯ ଶହ ୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୨.୬୭%। ଖୋର୍ଦ୍ଧାରେ ଜିଲ୍ଲାରୁ ସର୍ବାଧିକ ୪୯୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୨୪୮,ଯାଜପୁରରୁ ୧୨୩,ମୟୂରଭଂଜରୁ ୯୦, ନୟାଗଡରୁ ୬୪, ପୁରୀରୁ ୧୦୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୯ ହଜାର ୯୮୬ରେ ପହଞ୍ଚିଛି।

ସେହିପରି କରୋନା ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଇଛି । ଆଜି ୬୯ ମୃତ୍ୟୁର ହିସାବ ଦେଇଛନ୍ତି ସରକାର । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୬ଜଣ ରହିଛନ୍ତି। କେନ୍ଦୁଝର ଜିଲ୍ଲାରୁ ୫ଜଣ ରହିଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ପୁରୀ, ଜିଲ୍ଲାରୁ ୨ଜଣ ଲେଖାଁଏ ରହିଛନ୍ତି । ସେହିପରି ସୋନପୁର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୪୧କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.