ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ପାଞ୍ଚ ଜିଲ୍ଲାରେ କରୋନା ଶତକ ମାରୁଛି

0

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ହାର ସ୍ଥିର ରହିଛି। ଉପକୂଳବର୍ତୀ ଜିଲ୍ଲାରୁ ସଂକ୍ରମଣ ଏଯାଏ କମୁନି।ଦୈନିକ ସଂକ୍ରମଣ ୨ ହଜାର ପାଖାପାଖି ରହୁଥିବା ବେଳେ ଅଧିକାଂଶ ଆକ୍ରାନ୍ତ ଉପକୂଳବର୍ତ୍ତୀ ଜିଲ୍ଲାର। ମୃତ୍ୟୁ ସଂଖ୍ୟା ମଧ୍ୟ ୬୦ ଉପରେ ରହିଛି । ସେହିପରି ରାଜ୍ୟରେ ଦୈନିକ ଚିହ୍ନଟ ହେଉଥିବା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟାର ଶୀର୍ଷରେ ରହିଛି ଖୋର୍ଦ୍ଧା। ୫ଟି ଜିଲ୍ଲାରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୧୦୦ ଉପରେ ରହୁଛି।

ରାଜ୍ୟରେ ୭୯ ହଜାର ୩୭୨ କରୋନା ନମୁନା ପରୀକ୍ଷା ହୋଇଥିବା ବେଳେ ୧୯ ଶହ ୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ହାର ରହିଛି ୨.୪୫% । ଖୋର୍ଦ୍ଧାରୁ ସର୍ବାଧିକ ୪୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପଛକୁ କଟକ ରହିଛି । କଟକରୁ ୨୭୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୮୫, ବାଲେଶ୍ୱରରୁ ୯୮, ଭଦ୍ରକରୁ ୫୯, ଜଗତସିଂହପୁରରୁ ୧୧୩, ଯାଜପୁରରୁ ୧୧୫,କେନ୍ଦ୍ରାପଡାରୁ ୧୧୨,ମୟୂରଭଂଜରୁ ୬୬, ନୟାଗଡରୁ ୮୮, ପୁରୀରୁ ୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୧ ହଜାର ୯୩୪ରେ ପହଞ୍ଚିଛି।

ସେହିପରି ଆଉ ୬୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁର ହିସାବ ଦିଆଯାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୨୦ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ବାଲେଶ୍ୱର ଜିଲ୍ଲାରୁ ୮ ଜଣ, ବରଗଡରୁ ୭ ଜଣ,ନବରଙ୍ଗପୁରରୁ ୬ ଜଣ, ଅନୁଗୁଳ, ପୁରୀ, ରାୟଗଡାରୁ ୫ ଜଣ ଲେଖାଁଏ କରୋନାରେ ମୃତ୍ୟୁ ହୋଇଥିବା ବେଳେ ଢେଙ୍କାନାଳ ଜିଲ୍ଲା ୪ ଜଣ ଅଛନ୍ତି। କନ୍ଧମାଳ ,ମୟୂରଭଂଜରୁ ୨ ଜଣ ଲେଖାଁଏ ଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡା, ନୂଆପଡା ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି। ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୩୦୮କୁ ବୃଦ୍ଧି ପାଇଛି।

Leave A Reply

Your email address will not be published.