ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ବିପଦ ଟଳିନି, ସଜାଗ ରୁହ

0

ଭୁବନେଶ୍ବର: ଏବେ ବି କୋଭିଡ ବିପଦ ଦୂର ହୋଇନି। ରାଜ୍ୟର କୋଭିଡ ସ୍ଥିତି ,ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଓ କୋଭିଡ ସହାୟତା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭ ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ସୁଧାର ଆସିବାକୁ ବାକି ଅଛି । ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କୋଭିଡ ସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଆସିନଥିବାରୁ ଲୋକମାନେ ଯେପରି ଗହଳି ନକରିବେ, ତାକୁ ଦୃଷ୍ଟିରେ ରଖି କୋଭିଡ଼ ନିୟମାବଳୀକୁ କଡାକଡି ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷଜ୍ଞ ମାନଙ୍କ ଆକଳନକୁ ନେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହର ଆସେ , ସେଥିପାଇଁ ଆମକୁ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ। ସ୍ୱାସ୍ଥ୍ୟସେବା ଭିତ୍ତିଭୂମିର ସୁଦୃଢୀକରଣ ସହିତ ମାନବସମ୍ବଳ ବିନିଯୋଗ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି । ଲୋକମାନେ ଯେପରି ବିନା କୌଣସି ଅସୁବିଧାରେ ସ୍ୱାସ୍ଥ୍ୟ ସେବା ପାଇପାରିବେ ସେ ଦିଗରେ ଜିଲ୍ଲା ପ୍ରଶାସନର ଗୁରୁ ଦାୟିତ୍ୱ ରହିଛି । ପ୍ରତି ଜୀବନ ମୂଲ୍ୟବାନ । ଏହା ହେଉଛି ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ନୀତିର ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଜିଲ୍ଲା ହସ୍ପିଟାଲଠାରୁ ଆରମ୍ଭ କରି ସିଏଚସି ଲେଭେଲ ପର୍ଯ୍ୟନ୍ତ ଯେଭଳି ସ୍ୱାସ୍ଥ୍ୟସେବାରେ କୌଣସି ଅସୁବିଧା ନହୁଏ, ସେଥିପାଇଁ ଥାନା ଆଇଆଇସିଙ୍କଠାରୁ ଆରମ୍ଭ କରି ବିଡିଓ, ଏସଡିପିଓ, ଉପଜିଲ୍ଲାପାଳ, ଏସପି,ଜିଲ୍ଲାପାଳ ସମେସ୍ତ ଏହାକୁ ସେମାନଙ୍କର ମୂଳ ଦାୟିତ୍ୱର ଅଂଶଭାବରେ ଜ୍ଞାନକରି ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.