ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

0

ଜୋର ଧରିଲା ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି, ବଡ ନିଷ୍ପତ୍ତି ଶୁଣାଇଲେ ନବୀନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି। ଏହାଦ୍ବାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା’ ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବି ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବି ଗୁଡିକ ମଧ୍ୟ ପୂରଣ ହୋଇପାରିବ।

ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ବାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ବାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ। ଏହାସହିତ ଲେଭେଲ ୪ରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩ କୁ ପଦୋନ୍ନତି ପାଇବେ । ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି ।

ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବି ସ୍ଥାନରେ ୫୧,୧୬୪ ଟି ପଦବି ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବି ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବି ସୃଷ୍ଟି କରାଯାଇଥିଲା ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତା ରେ ସମସ୍ତ ଙ୍କ ସହଯୋଗ କାମନା କରିଛନ୍ତି ।

Leave A Reply

Your email address will not be published.