୩ ମାସ ପରେ ପୁଣି ହେବ ଭକ୍ତ-ଭଗବାନ ମିଳନ । କାଳିଆ ଦର୍ଶନ କରିବେ ଶ୍ରଦ୍ଧାଳୁ । ଆସନ୍ତା ୧୬ରୁ ଖୋଲିବ ଶ୍ରୀମନ୍ଦିର । ପ୍ରଥମ ପାଂଚ ଦିନ ପୁରୀ ସହରବାସୀଙ୍କୁ ଜଗା ଦର୍ଶନ କରିବାକୁ ସୁଯୋଗ ମିଳିବ । ୧୬ରୁ ୨୦ ତାରିଖ ପର୍ଯ୍ୟନ୍ତ ପୁରୀବାସୀଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରାଯିବା ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ସଟଡାଉନ ଥିବାରୁ ଭକ୍ତଙ୍କୁ ମନ୍ଦିର ପ୍ରବେଶ ପାଇଁ ମନା କରାଯାଇଛି । ଏହା ପରେ ୨୩ ତାରିଖରୁ ସମସ୍ତ ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର । ଶ୍ରୀମନ୍ଦିର ପ୍ରବେଶ ପାଇଁ ଭକ୍ତଙ୍କୁ ଟିକା ସାର୍ଟିଫିକେଟ କିମ୍ବା ଆରଟିପିସିଆର ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ । ଡବଲ ଡୋଜ ଟିକା କିମ୍ବା ଆରଟିପିସିଆର ନେଗେଟିଭ ରିପୋର୍ଟ ଦେଖାଇଲା ପରେ ହିଁ ଭକ୍ତ ମନ୍ଦିରକୁ ପ୍ରବେଶ କରିପାରିବେ । ୯୬ ଘଂଟା ପୂର୍ବରୁ ଆରଟିପିସିଆର ନେଗେଟିଭ ରିପୋର୍ଟ ଥିବା ଦରକାର। ସକାଳ ୭ରୁ ରାତି ୮ ପର୍ଯ୍ୟନ୍ତ ଶ୍ରୀମନ୍ଦିରକୁ ପ୍ରବେଶ ଅନୁମତି ମିଳିବ । ସପ୍ତାହାନ୍ତ ସଟଡାଉନ ଓ ଜନ୍ମାଷ୍ଟମୀ ଦିନ ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁ ଯିବା ଉପରେ କଟକଣା ଲଗାଯାଇଛି । ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ କ୍ରୀଷନ କୁମାର ଏନେଇ ସୂଚନା ଦେଇଛନ୍ତି ।
ମହାମାରୀ କୋଭିଡ ପାଇଁ ୩ ମାସ ହେବ ଶ୍ରୀମନ୍ଦିର ବନ୍ଦ ରହିଥିଲା । ବିନା ଭକ୍ତରେ ମଧ୍ୟ ରଥଯାତ୍ରା ଅନୁଷ୍ଠିତ ହୋଇଥିଲା । ଜଗା ଦର୍ଶନ ପାଇଁ ବ୍ୟାକୁଳ ହୋଇପଡିଲେଣି ଭକ୍ତ । ଅଗଷ୍ଟ ପହିଲାରୁ କୋଭିଡ କଟକଣା କୋହଳ ପରେ ଶ୍ରୀମନ୍ଦିର କେବେ ଖୋଲିବ ସମେସ୍ତ ଚାହିଁ ରହିଥିଲେ ।
ପ୍ରମୁଖ ଖବର
କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ



