ପ୍ରମୁଖ ଖବର

ଲୋକସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟରେ ସୋମବାର ଅପରାହ୍ନ ୫ଟା ସୁଦ୍ଧା ୪୯ଟି ଆସନରେ ୫୬.୬୮% ମତଦାନ
ଓଡିଶା ରାଜ୍ୟରେ ଅପରାହ୍ଣ ୫ଟା ସୁଦ୍ଧା ୬୦.୫୪ ପ୍ରତିଶତ ମତଦାନ
ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀରେ ରୋଡ ସୋ’ କରିଛନ୍ତି
ଛତିଶଗଡ଼ରେ ୨୦ଫୁଟ ତଳକୁ ଓଲଟିଲା ପିକଅପ ଭ୍ୟାନ, ୧୭ମୃତ, ୧୨ ଆହତ

କାଲିଠୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ

0

ଅଗଷ୍ଟ ପହିଲାରୁ ରାଜ୍ୟରେ କୋଭିଡ କଟକଣା କୋହଳ ହେବା ପରେ ଧୀରେ ଧୀରେ ଅନଲକ ମୁହାଁ ହେଉଛି ଓଡିଶା । ଖୋଲୁଛି ମଲ, ମନ୍ଦିର, ସିନେମା ହଲ ଏବଂ
ଶିକ୍ଷାନୁଷ୍‌ଠାନ । ଧୀରେ ଧୀରେ ଶିକ୍ଷାନୁଷ୍ଠାନ ଖୋଲାଯାଇ ଅଫଲାଇନ ପାଠପଢା ଆରମ୍ଭ କରାଯାଉଛି । ଆସନ୍ତାକାଲିଠୁ ଖୋଲିବ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ । ଆଇଟିଆଇ, ପଲିଟେକନିକ୍ ଶିକ୍ଷାନୁଷ୍ଠାନ ମଧ୍ୟ ଖୋଲିବ । ବୈଷୟିକ ଶିକ୍ଷାର ଶେଷ ପାଇଁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବ । କୋଭିଡ ଗାଇଡଲାଇନ ମାନି ଶେଷ ବର୍ଷ
ଛାତ୍ରଛାତ୍ରୀ ପାଠ ପଢିବେ । ପ୍ରାଥମିକ ସ୍ତରରେ କେବେଳ ଶେଷ ବର୍ଷ ଖୋଲିବା ପାଇଁ ନିଷ୍ପତି ନିଆଯାଇଛି । କ୍ଲାସ କଲା ବେଳେ କୋଭିଡ ଗାଇଡଲାଇନ ମାନିବ ବାଧ୍ୟ । ବାକି କ୍ଲାସ ପାଇଁ କୋଭିଡ ସ୍ଥିତି ଦେଖି ପରବର୍ତୀ ସମୟରେ ନିଷ୍ପତି ନିଆଯିବ ବୋଲି କହିଛନ୍ତି ବୈଷୟିକ ଶିକ୍ଷା ଦକ୍ଷତା ଓ ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ । ମାସ୍କ ଓ ସାନିଟାଇଜର ବ୍ୟବହାର ସହ ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦିଆଯିବ । ଯଦି କୌଣସି ଶିକ୍ଷାନୁଷ୍ଠାନ କୋଭିଡ ନିୟମ ଉଂଲଘନ କରନ୍ତି ତେବେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ବୋଲି ବୈଷୟିକ ଶିକ୍ଷା ଦକ୍ଷତା ଓ ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଏନେଇ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.