ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ନିର୍ମାଣ ହେବ ୮୯ଟି ଇନଡୋର ଷ୍ଟାଡିୟମ୍

0

କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟରେ ୮୯ଟି ବହୁମୂଖୀ ଇନଡୋରଣ୍ଡାର ଷ୍ଟାଡିୟମ ନିର୍ମାଣ ହେବ । ଷ୍ଟାଡିୟମ ପାଇଁ ଖର୍ଚ୍ଚ ହେବ ୬୯୩.୩୫ କୋଟି । ୧୮ ମାସରେ ଏହି କାମ ସଂପୂର୍ଣ୍ଣ ସରିବ । ରାଜ୍ୟରେ କ୍ରୀଡା ବିକାଶ କ୍ଷେତ୍ରରେ ଏହା ଏକ ବଳିଷ୍ଠ ପଦକ୍ଷେପ । ରାଜ୍ୟ ସରକାର ଓଡିଶାରେ କ୍ରୀଡା ବିକାଶ ନିମନ୍ତେ ନିରନ୍ତର ଧ୍ୟାନ କେନ୍ଦ୍ରୀଭୂତ କରିଆସୁଛନ୍ତି ।ଗତକିଛି ବର୍ଷ ମଧ୍ୟରେ ଆମ ରାଜ୍ୟ କ୍ରୀଡାର ବିକାଶ ଏବଂ କ୍ରୀଡା ଆୟୋଜନର ଏକ ପ୍ରମୁଖ ସ୍ଥାନର ମାନ୍ୟତା ପାଇଛି । ଫାଇଭ ଟି କାର୍ଯ୍ୟ ସୂତ୍ରୀ ଅନୁଯାୟୀ ରାଜ୍ୟରେ କ୍ରୀଡା କ୍ଷେତ୍ରରେ ରୂପାନ୍ତରଣକୁ ସୁନିଶ୍ଚିତ କରିବା ପାଇଁ ଏହି ପ୍ରକଳ୍ପର ପରିକଳ୍ପନା କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଜନପ୍ରତିନିଧି ଓ କ୍ରୀଡାବିତ ମାନଙ୍କୁ ନେଇ ହୋଇଥିବା ହୋଇଥିବା ପରାମର୍ଶ ଆଧାରରେ ଏହି କ୍ରୀଡା ଭିତିଭୂମିର ଆବଶ୍ୟକୀୟ ନକ୍ସା ପ୍ରସ୍ତୁତ ହୋଇଛି ।ଏହି ଇନଡୋର ଷ୍ଟାଡିୟମ ଗୁଡିକ ବହୁମୁଖୀ ଉପଯୋଗ ନିମନ୍ତେ ବ୍ୟବହୃତ ହେବ । ବ୍ୟାଡମିଣ୍ଟନ, ଟେବୁଲ ଟେନିସ,ଭାରୋତଳନ ଆଦି କ୍ରୀଡା ସହ ଯୋଗ ଓ ବ୍ୟାୟମଶାଳାର ବ୍ୟବସ୍ଥା ମଧ୍ୟ ଷ୍ଟାଡିୟମରେ ରହିବ । ଏହି ଆନ୍ତଃଗୃହ ଗୁଡିକ ସେହି ଅଂଚଳର ଅନ୍ୟାନ୍ୟ ଲୋକପ୍ରିୟ ଇନଡୋର ଖେଳ ନିମନ୍ତେ ମଧ୍ୟ ବ୍ୟବହୃତ କରାଯାଇପାରିବ । ଇନଡୋର ଷ୍ଟାଡିୟମ ଘ ।ପ୍ରତି ୨୦୦ କିମି ପପବନ ବେଗକୁ ସହ୍ୟ କରିପାରୁଥିବା ଭଳି ନିର୍ମାଣ କରାଯିବ । ଯାହ ଦ୍ୱାରା ପ୍ରାକୃତିକ ବିପର୍ଯ୍ୟୟ ମହାବାତ୍ୟା ଓ ବନ୍ୟା ଆଦି ସମୟରେ ଏଗୁଡିକ ଆଶ୍ରୟ କେନ୍ଦ୍ର ରୂପେ ବ୍ୟବହୃତ ହୋଇପାରିବ । ମହାମାରୀ ସମୟରେ ବିଜ୍ଞାପିତ ଅଂଚଳ ପରିଷଦରେ ଥିବା ଷ୍ଟାଡିୟମ ଗୁଡିକ ୫୦ ଗୋଟି ଶର୍ଯ୍ୟା ବିଶ୍‌ିଷ୍ଟ ଓ ପୌରା ଳରେ ୧୦୦ ଗୋଟି ଶର୍ଯ୍ୟା ବିଶିଷ୍ଟ ଡାକ୍ତରଖାନା ରୂପେ ବ୍ୟବହାର କରାଯାଇପାରିବ । ଏହା ବାଦ ତାଲିମ ପ୍ରଦାନ, ସଭା ପରିଚାଳନା, ପରୀକ୍ଷା କେନ୍ଦ୍ର କାର୍ଯ୍ୟ ପାଇଁ ଷ୍ଟାଡିୟମ ଅତ୍ୟନ୍ତ ଉପଯୋଗୀ ହୋଇପାରିବ। ଏହି ପ୍ରକଳ୍ପ ଦ୍ଵାରା ଓଡ଼ିଶାରେ କ୍ରୀଡ଼ା ବିକାଶର ଧାରା ଦୃଢିଭୂତ ହୋଇପାରିବ ।

Leave A Reply

Your email address will not be published.