ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ସୋଆ ପ୍ରଫେସର ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ

0

ଭୁବନେଶ୍ୱର,: ବିଶିଷ୍ଟ ଗବେଷକ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ବାୟୋଫୁଏଲ୍ ଆଣ୍ଡ ବାୟୋପ୍ରୋସେସିଙ୍ଗ୍ ରିସର୍ଚ୍ଚ ସେଂଟରର ନିର୍ଦ୍ଦେଶକ ପ୍ରଫେସର ଲାଲା ବିହାରୀ ଶୁକ୍ଳାଙ୍କୁ ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ କରାଯାଇଛି।

ଗତବର୍ଷ ୟୁଏସ୍‌ଏର ଷ୍ଟାନ୍‌ଫୋର୍ଡ ୟୁନିଭର୍ସିଟି ଦ୍ୱାରା ପ୍ରସ୍ତୁତ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ପ୍ରଫେସର ଶୁକ୍ଳାଙ୍କ ନାମ ସ୍ଥାନୀତ ହୋଇଥିବା ବେଳେ ଆନ୍ତର୍ଜାତିକ ସ୍ତରରେ ତାଙ୍କର ଅବଦାନକୁ ନେଇ ଭର୍ଚୁଆଲରେ ଆୟୋଜିତ ହୋଇଥିବା ଜିଟିଇଏ -୨୦୨୧ ଆୱାର୍ଡ ଓ ସମ୍ମିଳନୀ କାର୍ଯ୍ୟକ୍ରମରେ ତାଙ୍କୁ ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ କରାଯାଇଛି। ଉତ୍କୃଷ୍ଟ ଶିକ୍ଷାଦାନ କ୍ଷେତ୍ରରେ ତାଙ୍କର ଅବିରତ କାର୍ଯ୍ୟଧାରାର ଅବଦାନକୁ ନେଇ ପ୍ରଫେସର ଶୁକ୍ଳାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିବା ମାନପତ୍ରରେ ଉଲ୍ଲେଖ କରାଯାଇଛି।

୧୯୭୧ ମସିହାରେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ରାଉର୍‌କେଲା (ପୂର୍ବରୁ ରିଜିଓନାଲ୍ ଇଞ୍ଜିନିୟରିଂ କଲେଜ୍‌)ରୁ ବିଏସ୍‌ସି (ଇଞ୍ଜିନିୟରିଂ) ମେଟାଲର୍ଜି ଏବଂ ୧୯୭୩ ମସିହାରେ ଏମ୍‌ଟେକ୍ ମେଟାର୍ଲଜି ହାସଲ କରିଥିବା ପ୍ରଫେସର ଶୁକ୍ଳା ହାଇଡ୍ରୋମେଟାର୍ଲଜି, ବାୟୋହାଇଡ୍ରୋମେଟାର୍ଲଜି, ୱେଷ୍ଟ ମ୍ୟାନେଜମେଂଟ, ଏନ୍‌ଭାରନ୍‌ମେଂଟାଲ୍ ମାଇନିଂ ମ୍ୟାନେଜମେଂଟ ଆଣ୍ଡ ରି-ସାଇକ୍ଲିଂ କ୍ଷେତ୍ରରେ ଅନେକ କାର୍ଯ୍ୟ କରୁଛନ୍ତି । ଶିକ୍ଷାଦାନ ଓ ଗବେଷଣା କ୍ଷେତ୍ରରେ ତାଙ୍କର ଅବଦାନକୁ ନେଇ ସେ ଅନେକ ସମ୍ମାନ ଗ୍ରହଣ କରିଛନ୍ତି।

ପ୍ରଫେସର ଶୁକ୍ଳା ପୂର୍ବରୁ ଭୁବନେଶ୍ୱର ସ୍ଥିତ ସିଏସ୍‌ଆଇଆର୍ – ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମିନେରାଲ୍ସ ଆଣ୍ଡ ମ୍ୟାଟେରିଆଲ୍‌ସ ଟେକ୍ନୋଲୋଜିର ବାୟୋ ରିସୋର୍ସେସ୍ ଇଞ୍ଜିନିୟରିଂ ବିଭାଗର ମୁଖ୍ୟ ରହିଥିବା ବେଳେ ତାଙ୍କର ବାୟୋ ମିନେରାଲ୍ ପ୍ରୋସେସିଂ କ୍ଷେତ୍ରରେ ୪୫ ବର୍ଷର ଗବେଷଣା ଅଭିଜ୍ଞତା ରହିଛି । ସେ ସିଏସ୍‌ଆଇଆର୍ ଏମେରିଟସ ସାଇନ୍‌ଟିଷ୍ଟ ଏବଂ ନୂଆଦିଲ୍ଲୀ ସ୍ଥିତ ଏକାଡେମୀ ଅଫ୍ ସାଇନ୍‌ଟିଫିକ୍ ଆଣ୍ଡ ଇନୋଭେଟିଭ୍ ରିସର୍ଚ୍ଚ (ଏସିଏସ୍‌ଆଇଆର)ର ଏମେରିଟସ ପ୍ରଫେସର ଭାବେ କାର୍ଯ୍ୟ ତୁଲାଇଛନ୍ତି।

Leave A Reply

Your email address will not be published.