ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

‘ପିଲାମାନଙ୍କୁ ଠିକ୍ ଭାବେ ମାର୍ଗଦର୍ଶନ କର’

0
  • ଶିକ୍ଷକମାନଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ହିଞ୍ଜିଳିର ସମସ୍ତ ୫୦ଟି ରୂପାନ୍ତରିତ ସରକାରୀ ସ୍କୁଲ ଲୋକାର୍ପିତ
  • ସ୍କୁଲର ରୂପାନ୍ତର ପିଲାଙ୍କ ଭିତରେ ରୂପାନ୍ତର ଆଣିପାରିଛି
  • ପିଲାଙ୍କୁ ସଫଳ ହେବା ପାଇଁ ଶୁଭେଚ୍ଛା ଓ ଆଶୀର୍ବାଦ ଦେଲେ
  • ଛାତ୍ରଛାତ୍ରୀ କହିଲେ, ସରକାରୀ ସ୍କୁଲରେ ପଢିବା ଗର୍ବର କଥା

ଭୁବନେଶ୍ବର: ୫ଟି କାର୍ଯ୍ୟକ୍ରମରେ ହିଞ୍ଜିଳିର ସମସ୍ତ ୫୦ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ଆଜି ପଞ୍ଚମ ଓ ଶେଷ ପର୍ଯ୍ୟାୟରେ ସେ ବାକି ଥିବା ୧୦ଟି ସ୍କୁଲକୁ ଲୋକାର୍ପିତ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ଛାତ୍ରଛାତ୍ରୀ ମାନଙ୍କୁ ଜୀବନରେ ସଫଳ ହେବା ପାଇଁ ଶୁଭେଚ୍ଛା ଓ ଆଶୀର୍ବାଦ ଦେଇ କହିଥିଲେ ଯେ ହିଞ୍ଜିଳି ଓ ଶେରଗଡରେ ୫ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ସେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀଙ୍କ ସହିତ କଥା ହୋଇଛନ୍ତି। ସେମାନଙ୍କ ମନୋଭାବକୁ ଲକ୍ଷ୍ୟ କରିଛନ୍ତି । ପିଲାମାନଙ୍କ ମଧ୍ୟରେ ଏ ରୂପାନ୍ତର କାର୍ଯ୍ୟକ୍ରମ ଦୃଢ ଆତ୍ମବିଶ୍ବାସ ସୃଷ୍ଟି କରିଛି ବୋଲି ସେ ଅନୁଭବ କରିଛନ୍ତି । ଏହି ନୂଆ ପରିବେଶ ପିଲାମାନଙ୍କ ମନରେ ମଧ୍ୟ ଏକ ରୂପାନ୍ତର ଆଣିପାରିଛି। ଏହା ତାଙ୍କୁ ଖୁସି ଦେଇଛି।

ତୁମ ମାନଙ୍କ ଉପରୋ ମୋର ପୂରା ଭରସା ଅଛି। ତୁମେ ମାନେ ଦିନେ ବଡ ହେବ ଓ ଭଲ କାମ କରି ଓଡିଆ ଜାତିର ଗୌରବ ବଢାଇବ, ଏ ବିଶ୍ବାସ ଆମ ସମସ୍ତଙ୍କ ଭିତରେ ରହିଛି। ପିଲାମାନେ ତୁମେମାନେ ଆଗକୁ ବଢ, ମୋର ଶୁଭେଚ୍ଛା ଓ ଆଶୀର୍ବାଦ ସବୁବେଳେ ତୁମ ସାଥିରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ଶିକ୍ଷକ-ଶିକ୍ଷୟିତ୍ରୀ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏ ରୂପାନ୍ତର କାର୍ଯ୍ୟକ୍ରମ ଶିକ୍ଷକ ମାନଙ୍କ ଦାୟିତ୍ବ ବଢାଇଛି । ପିଲାମାନେ ଯେପରି ଏହ ରୂପାନ୍ତର ସୁଯୋଗର ସଠିକ ଉପଯୋଗ କରିପାରିବେ, ସେଥିପ୍ରତି ଧ୍ୟାନ ଦେବା ସହିତ ପିଲା ମାନଙ୍କୁ ଠିକ୍‌ ଭାବରେ ଗାଇଡ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ। ନିଜ ନିଜ ସ୍କୁଲର ଫଳାଫଳକୁ ଶତପ୍ରତିଶତ କରିବାପାଇଁ ଶିକ୍ଷକ ମାନଙ୍କ ମଧ୍ୟରେ ପ୍ରତିଯୋଗିତା ହେଲେ, ସେ ଖୁସି ହେବେ ବୋଲି ପ୍ରକାଶ କରିଥିଲେ ।

ଆଜି ଲୋକାର୍ପିତ ହୋଇଥିବା ବିଦ୍ୟାଳୟ ଗୁଡିକ ହେଲା –

(1) ସତ୍ୟଭାମା ବିଦ୍ୟାପୀଠ, ବଡଖଣ୍ଡି ପଞ୍ଚାୟତ

(2) ମହାତ୍ମାଗାନ୍ଧୀ ହାଇସ୍କୁଲ, ଶେରଗଡ ପଞ୍ଚାୟତ

(3) ଖରିଡା ହାଇସ୍କୁଲ, ଖରିଡା ପଞ୍ଚାୟତ

(4) ରାମଚନ୍ଦ୍ରପୁର ହାଇସ୍କୁଲ, ରାମଚନ୍ଦ୍ରପୁର, ଶେରଗଡ଼

(5) ମକରଝୋଳ ହାଇସ୍କୁଲ, ମକରଝୋଳ ପଞ୍ଚାୟତ

(6) ବରମୁଣ୍ଡୁଳି ହାଇସ୍କୁଲ, ବରମୁଣ୍ଡୁଳି ପଞ୍ଚାୟତ

(7) କାଞ୍ଜିଆମା ହାଇସ୍କୁଲ, କାଞ୍ଜିଆମା ତନହର ପଞ୍ଚାୟତ

(8) ବାଳିକା ହାଇସ୍କୁଲ, ପିତ୍ତଳ ପଞ୍ଚାୟତ

(9) ବ୍ରାହ୍ମଣଛାଇ ହାଇସ୍କୁଲ, ବ୍ରାହ୍ମଣଛାଇ ପଞ୍ଚାୟତ

(10) ଓଡିଶା ଆଦର୍ଶ ବିଦ୍ୟାଳୟ, ପକିଡି, ଶେରଗଡ ପଞ୍ଚାୟତ

ଏହି ପାଞ୍ଚ ଦିନ କାର୍ଯ୍ୟକ୍ରମରେ ପିଲାମାନେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରି ସେମାନଙ୍କ ମନର ଖୁସି ବ୍ୟକ୍ତ କରିଥିଲେ। ଭବିଷ୍ୟତରେ ତୁମେ କଣ ହେବାକୁ ଚାହୁଁଛ ବୋଲି ମୁଖ୍ୟମନ୍ତ୍ରୀ ଯେତେବେଳେ ପଚାରିଥିଲେ, ସେମାନେ ସମସ୍ତେ କିଏ ଡାକ୍ତର, କିଏ ଇଂଜିନିୟର ତ କିଏ ଶିକ୍ଷକ, ଆଇ.ଏ.ଏସ୍‌. ଆଇ.ପି.ଏସ୍‌ ଓ ସାମ୍ବାଦିକ ତଥା ବିଚାରପତି ହେବେ ବୋଲି କହିଥିଲେ । ସେମାନଙ୍କ ମନରେ ଆତ୍ମବିଶ୍ବାସର ଝଲକ ଭରି ରହିଥିଲା । ସ୍କୁଲର ରୂପାନ୍ତର ସେମାନଙ୍କ ମାନସିକ ସ୍ତରରେ ଏକ ବଡ ପରିବର୍ତ୍ତନ ଆଣିପାରିଛି । ସେମାନେ କହିଥିଲେ ଯେ ଆମେ ସମସ୍ତେ ବର୍ତ୍ତମାନ ସରକାରୀ ସ୍କୁଲରେ ପଢୁଛୁ ବୋଲି ଗର୍ବ ଅନୁଭବ କରିପାରୁଛୁ । ମୁଖ୍ୟମନ୍ତ୍ରୀ ଆମ ମାନଙ୍କ ପାଇଁ ଯେଉଁ ସ୍ବପ୍ନ ଦେଖିଛନ୍ତି, ତାକୁ ପୂରଣ କରିବା ପାଇଁ ଆମେ ଆମର ଶ୍ରେଷ୍ଠ ଉଦ୍ୟମ କରିବୁ ବୋଲି ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶୃତି ଦେଇଥିଲେ ।

ଆଜିର କାର୍ଯ୍ୟକ୍ରମରେ କାବେରୀ, ସ୍ୱୟଂ ସମ୍ପୁର୍ଣ୍ଣା, ସୋନାଲି, କାଜଲ, ଶିଳ୍ପା, ଖୁସି, ମାମାଲି, ଶୁଭସ୍ମିତା ପ୍ରମୁଖ ଛାତ୍ରୀ ମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ରୁପାନ୍ତର କାର୍ଯ୍ୟ କ୍ରମ ପାଇଁ ସେମାନେ ଶିକ୍ଷା ଲାଭରେ ବହୁତ ଆଗକୁ ଯାଇପାରି ଛନ୍ତି ବୋଲି ପ୍ରକାଶ କରିଥିଲେ।

ଶିକ୍ଷକ ମାନେ ଅଂଶ ଗ୍ରହଣ କରି ଡିଜିଟାଲ ପ୍ଲାଟ୍‌ଫର୍ମରେ ଶିକ୍ଷା ଦାନ ପାଠପଢ଼ାକୁ ଅଧିକ ଆକର୍ଷଣୀୟ କରି ପାରିଛି କହିଥିଲେ।

ଏହି ଅବସରରେ ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି ଏହାର ପ୍ରତ୍ୟେକ ନୀତିର ପ୍ରୟୋଗରେ କିପରି ବିଦ୍ୟାଳୟ ରୂପାନ୍ତରଣ କରାଯାଇଛି, ସେ ସଂପର୍କରେ ମୁଖ୍ୟମନ୍ତ୍ରୀ ବ୍ୟାଖ୍ୟାନ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ପ୍ରତିଫଳିତ ହେବ। ଓଡିଶାର ସବୁ ସ୍କୁଲରେ ଆସିବ ରୂପାନ୍ତରଣ। ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରିମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିର ସ୍କୁଲ ମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ଏକ ଶିକ୍ଷଣୀୟ ଉଦାହରଣ। ଜନପ୍ରତିନିଧି ଭାବରେ ସେମାନେ ସମାଜର ସବୁ କ୍ଷେତ୍ରରେ ଏପରି ପରିବର୍ତ୍ତନ ଆଣିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ପରିଶେଷରେ ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲ ଗୁଡିକର ଯତ୍ନ ନିଜ ସଂପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।

ମନ୍ତ୍ରିମଣ୍ଡଳ ର ସଦସ୍ୟ ଗଣ, ସାଂସଦ, ବିଧାୟକ ମାନେ ସମସ୍ତେ ହିଞ୍ଜିଳି ରେ ୫ଟି ରୂପାନ୍ତରଣ ସଂପର୍କରେ ନିଜର ଅନୁଭବ ବର୍ଣନା କରିଥିଲେ। ଏହାଦ୍ବାରା ଓଡ଼ିଶାର ଭବିଷ୍ୟତ ପାଇଁ ଉଜ୍ବଳ ସମ୍ଭାବନା ସୃଷ୍ଟି ହୋଇଛି ବୋଲି ସେମାନେ କହିଥିଲେ।

ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ। କାର୍ଯ୍ୟ କ୍ରମ ରେ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ମହିଳା ଓ ଶିଶୁ ବିକାଶ, ମିସନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Leave A Reply

Your email address will not be published.